କାଳବୈଶାଖୀ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ଦକ୍ଷିଣ ଓ ଉତର ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ସୂଚନା ମତାବକ ଶୁକ୍ରବାର ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି , ଶନିବାର ସକାଳ ୮ଟା୩୦ ମଧ୍ୟରେ କୋରାପୁଟ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, ଦେବଗଡ ଓ ସୁନ୍ଦରଗଡ ପ୍ରଭୃତି ୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହାର ୨ ଦିନ ପରେ ୧୯ ରୁ ପୁଣି କାଳବୈଶାଖୀ ଓ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୧୯ ତାରିଖ ସକାଳ ଠାରୁ ୨୦ ସକାଳ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ , ଢେଙ୍କାନାଳ, ମୟୁରଭଂଜ ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ହୋଇପାରେ । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୩୦-୪୦ କିଲୋମିଟର ରହିବ । ସେହିପରି ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ମଧ୍ୟରେ ମାଲକାନଗିରି , କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ମୟୁରଭଂଜ ଓ ବାଲେଶ୍ୱର ଜିଲ୍ଲାରେ ଘଂଟା ପ୍ରତି ୩୦-୪୦କିମି ବେଗରେ ପବନ ବହିବା ସହ ବଜ୍ରପାତ ଓ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।