ଆଜି ୮ ଜିଲାରେ କାଳବୈଶାଖୀ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ଓ ଆଭ୍ୟନ୍ତରୀଣର ପ୍ରାୟ ୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।ଏନେଇ ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।
ସୂଚନା ଯେ, ଆଜି (୨୩ ଅପ୍ରେଲ, ଶୁକ୍ରବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୪ ଅପ୍ରେଲ, ଶନିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।