ଆଜି ୪ ଜିଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲାରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଗୁରୁବାର ପଶ୍ଚିମ ଓଡ଼ିଶାର ୪ଟି ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବାର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ଲହରୀ ପ୍ରବାହିତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ଏହି ୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।
ସେହିପରି ଗୁରୁବାର ଓ ଶୁକ୍ରବାର ମଧ୍ୟରେ ସମ୍ବଲପୁର, ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା ଓ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ଲହରୀ ପ୍ରବାହିତ ହେବାର ସମ୍ଭାବନା ରହିଛି । ଏହି ଜିଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଂଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।