ରାଜ୍ୟରେ ୧୯ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୯ ଟି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ସମୟ ମଧ୍ୟରେ ଘଂଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି ।
ସେହିପରି ୧୦ରୁ ୧୧ ତାରିଖ ମଧ୍ୟରେ ନବରଙ୍ଗପୁର, ମାଲକାନଗିରି , କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ , ଯାଜପୁର ଓ କେନ୍ଦ୍ରାପଡା ;୧୧ ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ଗଜପତି, ଗଂଜାମ , ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, ଅନୁଗୁଳ , କେନ୍ଦୁଝର ଓମୟୁରଭଂଜ ଏବଂ ୧୨ ରୁ ୧୩ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ , ନୟାଗଡ, କେନ୍ଦୁଝର, ମୟୁରଭଂଜ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା ରହିଛି । ଏହାସହ ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବାରେ । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।